9ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।
10ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”
11ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।
12ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, “କିଏ କହୁଥିଲା କି, ‘ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ?’ ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।”
13ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”