ପ୍ରଥମ ଶାମୁୟେଲ 11

ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”

1 Samuel 11:13 (UKJV) And Saul said, There shall not a man be put to death this day: in order to day the LORD has wrought salvation in Israel.

11ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।

12ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, “କିଏ କହୁଥିଲା କି, ‘ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ?’ ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।”

13ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”

14ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଗିଲ୍‍ଗଲ୍‍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।”

15ତହିଁରେ ସମସ୍ତ ଲୋକ ଗିଲ୍‍ଗଲ୍‍କୁ ଗଲେ ଓ ସେହି ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.