13ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”
14ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।”
15ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।