ପ୍ରଥମ ଶାମୁୟେଲ 11

ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, “ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।”

1 Samuel 11:3 (UKJV) And the elders of Jabesh said unto him, Give us seven days' respite, that we may send messengers unto all the coasts of Israel: and then, if there be no man to save us, we will come out to you.

1ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍‍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍‍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।”

2ତହୁଁ ଅମ୍ମୋନୀୟ ନାହଶ୍‍ ସେମାନଙ୍କୁ ଉତ୍ତର କଲା, “ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।”

3ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, “ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।”

4ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।

5ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, “ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି?” ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.