ପ୍ରଥମ ଶାମୁୟେଲ 11

ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।

1 Samuel 11:8 (UKJV) And when he numbered them in Bezek, the children of Israel were three hundred thousand, and the men of Judah thirty thousand.

6ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା।

7ତହୁଁ ସେ ଏକ ହଳ ବଳଦ ନେଇ ଖଣ୍ଡ ଖଣ୍ଡ କରି କାଟିଲେ ଓ ଦୂତମାନଙ୍କ ହସ୍ତରେ ଇସ୍ରାଏଲ ସୀମାର ସର୍ବତ୍ର ତାହା ପଠାଇ କହିଲେ, “ଯେକେହି ବାହାରି ଶାଉଲ ଓ ଶାମୁୟେଲଙ୍କର ପଶ୍ଚାଦ୍‍ଗମନ ନ କରେ, ତାହାର ବଳଦମାନଙ୍କ ପ୍ରତି ଏହିପରି କରାଯିବ।” ତହୁଁ ସଦାପ୍ରଭୁଙ୍କଠାରୁ ଲୋକମାନଙ୍କ ଉପରେ ଆଶଙ୍କା ପଡ଼ନ୍ତେ, ସେମାନେ ଏକ ମନୁଷ୍ୟ ପରି ବାହାର ହୋଇ ଆସିଲେ।

8ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।

9ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।

10ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍‍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.