1ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।
2ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।
3ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”