ପ୍ରଥମ ଶାମୁୟେଲ 12

ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;

1 Samuel 12:14 (UKJV) If all of you will fear the LORD, and serve him, and obey his voice, and not rebel against the commandment of the LORD, then shall both all of you and also the king that reigns over you continue following the LORD your God:

12ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ‘ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।’

13ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।

14ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;

15ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ।

16ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.