ପ୍ରଥମ ଶାମୁୟେଲ 12

ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।”

1 Samuel 12:19 (UKJV) And all the people said unto Samuel, Pray for your servants unto the LORD your God, that we die not: for we have added unto all our sins this evil, to ask us a king.

17ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।”

18ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହି ଦିନ ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।

19ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।”

20ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;

21ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.