ପ୍ରଥମ ଶାମୁୟେଲ 12

ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।

1 Samuel 12:23 (UKJV) Moreover as for me, God forbid that I should sin against the LORD in ceasing to pray for you: but I will teach you the good and the right way:

21ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।

22ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।

23ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।

24କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।

25ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.