ପ୍ରଥମ ଶାମୁୟେଲ 12

ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।

1 Samuel 12:6 (UKJV) And Samuel said unto the people, It is the LORD that advanced Moses and Aaron, and that brought your fathers up out of the land of Egypt.

4ତହିଁରେ ସେମାନେ କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।”

5ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, “ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି;” ତହିଁରେ ସେମାନେ କହିଲେ, “ସାକ୍ଷୀ ଅଛନ୍ତି।”

6ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।

7ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।

8ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.