5ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, “ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି;” ତହିଁରେ ସେମାନେ କହିଲେ, “ସାକ୍ଷୀ ଅଛନ୍ତି।”
6ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।
7ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
8ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।
9ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।