6ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।
7ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
8ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।
9ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।
10ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ ଦେବଗଣର ଓ ଅଷ୍ଟାରୋତ୍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।’