ପ୍ରଥମ ଶାମୁୟେଲ 12

ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।

1 Samuel 12:9 (UKJV) And when they forgotten about the LORD their God, he sold them into the hand of Sisera, captain of the host of Hazor, and into the hand of the Philistines, and into the hand of the king of Moab, and they fought against them.

7ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।

8ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।

9ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।

10ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍‍ ଦେବଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।’

11ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲ୍‍‍କୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.