ପ୍ରଥମ ଶାମୁୟେଲ 13

ଏଥିପାଇଁ ମୁଁ କହିଲି, ‘ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍‍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ।’ ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।”

1 Samuel 13:12 (UKJV) Therefore said I, The Philistines will come down now upon me to Gilgal, and I have not made supplication unto the LORD: I forced myself therefore, and offered a burnt offering.

10ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବା ମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।

11ଏଥିରେ ଶାମୁୟେଲ କହିଲେ, “ତୁମ୍ଭେ କଅଣ କଲ?” ଶାଉଲ ଉତ୍ତର କଲେ, “ମୁଁ ଦେଖିଲି, ଯେ ଲୋକମାନେ ମୋʼ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଏକତ୍ର ହୋଇଅଛନ୍ତି;

12ଏଥିପାଇଁ ମୁଁ କହିଲି, ‘ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍‍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ।’ ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।”

13ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ।

14ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.