14ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”
15ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍ଗଲ୍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।
16ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ।
17ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;
18ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।