ପ୍ରଥମ ଶାମୁୟେଲ 13

ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;

1 Samuel 13:17 (UKJV) And the spoilers came out of the camp of the Philistines in three companies: one company turned unto the way that leads to Ophrah, unto the land of Shual:

15ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍‍ଗଲ୍‍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।

16ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।

17ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;

18ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।

19ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.