ପ୍ରଥମ ଶାମୁୟେଲ 13

ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।

1 Samuel 13:18 (UKJV) And another company turned the way to Bethhoron: and another company turned to the way of the border that looks to the valley of Zeboim toward the wilderness.

16ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।

17ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;

18ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।

19ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”

20ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.