17ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;
18ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।
19ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”
20ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;
21ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।