ପ୍ରଥମ ଶାମୁୟେଲ 13

ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।

1 Samuel 13:21 (UKJV) Yet they had a file for the mattocks, and for the coulters, and for the forks, and for the axes, and to sharpen the goads.

19ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”

20ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;

21ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।

22ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।

23ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍‍ମସ୍‍ ଘାଟିକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.