ପ୍ରଥମ ଶାମୁୟେଲ 13

ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”

1 Samuel 13:3 (UKJV) And Jonathan stroke the garrison of the Philistines that was in Geba, and the Philistines heard of it. And Saul blew the trumpet throughout all the land, saying, Let the Hebrews hear.

1ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।

2ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।

3ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”

4ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।

5ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.