3ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”
4ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍ଗଲ୍ରେ ଏକତ୍ର ହେଲେ।
5ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍ମସ୍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
6ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
7ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍ଗଲ୍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍ଗାମୀ ହେଲେ।