ପ୍ରଥମ ଶାମୁୟେଲ 13

ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍‍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍‍ଗଲ୍‍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍‍ଗାମୀ ହେଲେ।

1 Samuel 13:7 (UKJV) And some of the Hebrews went over Jordan to the land of Gad and Gilead. As for Saul, he was yet in Gilgal, and all the people followed him trembling.

5ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।

6ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।

7ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍‍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍‍ଗଲ୍‍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍‍ଗାମୀ ହେଲେ।

8ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।

9ଏଥିରେ ଶାଉଲ କହିଲେ, “ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ।” ଆଉ ସେ ହୋମବଳି ଉତ୍ସର୍ଗ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.