6ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
7ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍ଗଲ୍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍ଗାମୀ ହେଲେ।
8ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍ଗଲ୍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।
9ଏଥିରେ ଶାଉଲ କହିଲେ, “ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ।” ଆଉ ସେ ହୋମବଳି ଉତ୍ସର୍ଗ କଲେ।
10ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବା ମାତ୍ରେ ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ।