ପ୍ରଥମ ଶାମୁୟେଲ 14

ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।

1 Samuel 14:13 (UKJV) And Jonathan climbed up upon his hands and upon his feet, and his armour bearer after him: and they fell before Jonathan; and his armour bearer slew after him.

11ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, “ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।”

12ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, “ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା।” ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, “ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।”

13ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।

14ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧ ଏକର ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।

15ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.