ପ୍ରଥମ ଶାମୁୟେଲ 14

ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।

1 Samuel 14:15 (UKJV) And there was trembling in the host, in the field, and among all the people: the garrison, and the spoilers, they also trembled, and the earth quaked: so it was a very great trembling.

13ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।

14ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧ ଏକର ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।

15ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।

16ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗିଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।

17ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, “ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଅଛି?” ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.