16ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗିଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।
17ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, “ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଅଛି?” ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।
18ତହୁଁ ଶାଉଲ ଅହୀୟକୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ଏଠାକୁ ଆଣ,” କାରଣ, ସେସମୟରେ ପରମେଶ୍ୱରଙ୍କ ସିନ୍ଦୁକ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା।
19ପୁଣି, ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, “କର୍ମ ବନ୍ଦ କର।”
20ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଅଛି ଓ ମହା କୋଳାହଳ ହେଉଅଛି।