19ପୁଣି, ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, “କର୍ମ ବନ୍ଦ କର।”
20ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଅଛି ଓ ମହା କୋଳାହଳ ହେଉଅଛି।
21ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକୁ ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ।
22ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।
23ଏହିରୂପେ ସଦାପ୍ରଭୁ ସେହି ଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।