ପ୍ରଥମ ଶାମୁୟେଲ 14

ଏହିରୂପେ ସଦାପ୍ରଭୁ ସେହି ଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।

1 Samuel 14:23 (UKJV) So the LORD saved Israel that day: and the battle passed over unto Bethaven.

21ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକୁ ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ।

22ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।

23ଏହିରୂପେ ସଦାପ୍ରଭୁ ସେହି ଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।

24ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।

25ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.