ପ୍ରଥମ ଶାମୁୟେଲ 14

ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍‍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।

1 Samuel 14:3 (UKJV) And Ahiah, the son of Ahitub, Ichabod's brother, the son of Phinehas, the son of Eli, the LORD's priest in Shiloh, wearing an ephod. And the people knew not that Jonathan was gone.

1ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ।” ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ।

2ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;

3ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍‍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।

4ପୁଣି, ଯୋନାଥନ ଯେଉଁ ଘାଟି ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍‍ସେସ ଓ ଅନ୍ୟର ନାମ ସେନି।

5ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତର ଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.