28ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ‘ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।’ ମାତ୍ର ଲୋକମାନେ କ୍ଳାନ୍ତ ହୋଇଅଛନ୍ତି।”
29ତହିଁରେ ଯୋନାଥନ କହିଲା, “ମୋʼ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି!
30ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।”
31ପୁଣି, ସେଦିନ ସେମାନେ ମିକ୍ମସ୍ଠାରୁ ଅୟାଲୋନ୍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳାନ୍ତ ହେଲେ।
32ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।