ପ୍ରଥମ ଶାମୁୟେଲ 14

ପୁଣି, ସେଦିନ ସେମାନେ ମିକ୍‍ମସ୍‍ଠାରୁ ଅୟାଲୋନ୍‍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳାନ୍ତ ହେଲେ।

1 Samuel 14:31 (UKJV) And they stroke the Philistines that day from Michmash to Aijalon: and the people were very faint.

29ତହିଁରେ ଯୋନାଥନ କହିଲା, “ମୋʼ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ୱାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛି!

30ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ୱଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାଆନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ।”

31ପୁଣି, ସେଦିନ ସେମାନେ ମିକ୍‍ମସ୍‍ଠାରୁ ଅୟାଲୋନ୍‍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳାନ୍ତ ହେଲେ।

32ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।

33ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, “ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.