37ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ?” ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।
38ତହିଁରେ ଶାଉଲ କହିଲେ, “ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।
39କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ।” ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ।
40ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା।” ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।”
41ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, “ଯଥାର୍ଥ (ନିଷ୍ପତ୍ତି) ଦିଅ।” ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।