40ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା।” ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।”
41ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ କହିଲେ, “ଯଥାର୍ଥ (ନିଷ୍ପତ୍ତି) ଦିଅ।” ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ।
42ଏଉତ୍ତାରେ ଶାଉଲ କହିଲେ, “ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର,” ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା।
43ସେତେବେଳେ ଶାଉଲ ଯୋନାଥନକୁ କହିଲେ, “ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ।” ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, “ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।”
44ତେବେ ଶାଉଲ କହିଲେ, “ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ।”