42ଏଉତ୍ତାରେ ଶାଉଲ କହିଲେ, “ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର,” ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା।
43ସେତେବେଳେ ଶାଉଲ ଯୋନାଥନକୁ କହିଲେ, “ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ।” ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, “ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।”
44ତେବେ ଶାଉଲ କହିଲେ, “ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତାନ୍ତ ମରିବ।”
45ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।
46ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।