45ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।
46ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।
47ଶାଉଲ ଇସ୍ରାଏଲର ରାଜତ୍ୱ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜାଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ଡ ଦେଲେ।
48ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।
49ଯୋନାଥନ ଓ ଯିଶ୍ବି ଓ ମଲ୍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍ ଓ କନିଷ୍ଠାର ନାମ ମୀଖଲ,