ପ୍ରଥମ ଶାମୁୟେଲ 14

ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।

1 Samuel 14:48 (UKJV) And he gathered an host, and stroke the Amalekites, and delivered Israel out of the hands of them that spoiled them.

46ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।

47ଶାଉଲ ଇସ୍ରାଏଲର ରାଜତ୍ୱ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍‍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜାଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ଡ ଦେଲେ।

48ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।

49ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,

50ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍‍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍‍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍‍ର ପୁତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.