48ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।
49ଯୋନାଥନ ଓ ଯିଶ୍ବି ଓ ମଲ୍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍ ଓ କନିଷ୍ଠାର ନାମ ମୀଖଲ,
50ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍ର ପୁତ୍ର।
51ଆଉ ଶାଉଲଙ୍କର ପିତା କୀଶ୍ ଓ ଅବ୍ନରର ପିତା ନେର୍, ଏ ଦୁହେଁ ଅବୀୟେଲର ପୁତ୍ର ଥିଲେ।
52ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ।