7ତହିଁରେ ତାହାର ଅସ୍ତ୍ରବାହକ କହିଲା, “ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।”
8ତେବେ ଯୋନାଥନ କହିଲା, “ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା।
9ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ‘ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା;’ ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ।
10ମାତ୍ର ‘ଆମ୍ଭମାନଙ୍କ ନିକଟକୁ ଉଠି ଆସ’ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।”
11ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, “ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।”