ପ୍ରଥମ ଶାମୁୟେଲ 15

ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, “ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।”

1 Samuel 15:12 (UKJV) And when Samuel rose early to meet Saul in the morning, it was told Samuel, saying, Saul came to Carmel, and, behold, he set him up a place, and is gone about, and passed on, and gone down to Gilgal.

10ଏଉତ୍ତାରେ ଶାମୁୟେଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା;

11“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।

12ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, “ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।”

13ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।”

14ତହିଁରେ ଶାମୁୟେଲ କହିଲେ, “ତେବେ ମୋʼ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.