12ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, “ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍ଗଲ୍କୁ ବାହାରି ଯାଇଅଛନ୍ତି।”
13ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।”
14ତହିଁରେ ଶାମୁୟେଲ କହିଲେ, “ତେବେ ମୋʼ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?”
15ତହୁଁ ଶାଉଲ କହିଲେ, “ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।”
16ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି।” ଏଥିରେ ସେ କହିଲେ, “କୁହ।”