ପ୍ରଥମ ଶାମୁୟେଲ 15

ତେଣୁ ଶାମୁୟେଲ କହିଲେ, “କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;

1 Samuel 15:17 (UKJV) And Samuel said, When you were little in yours own sight, were you not made the head of the tribes of Israel, and the LORD anointed you king over Israel?

15ତହୁଁ ଶାଉଲ କହିଲେ, “ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।”

16ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି।” ଏଥିରେ ସେ କହିଲେ, “କୁହ।”

17ତେଣୁ ଶାମୁୟେଲ କହିଲେ, “କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;

18ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।’

19ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.