ପ୍ରଥମ ଶାମୁୟେଲ 15

ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।

1 Samuel 15:2 (UKJV) Thus says the LORD of hosts, I remember that which Amalek did to Israel, how he laid wait for him in the way, when he came up from Egypt.

1ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।

2ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।

3ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”

4ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.