ପ୍ରଥମ ଶାମୁୟେଲ 15

ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”

1 Samuel 15:23 (UKJV) For rebellion is as the sin of witchcraft, and stubbornness is as iniquity and idolatry. Because you have rejected the word of the LORD, he has also rejected you from being king.

21ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।”

22ତହିଁରେ ଶାମୁୟେଲ କହିଲେ, “ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।

23ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”

24ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।

25ଏହେତୁ ବିନୟ କରୁଅଛି, ଏବେ ମୋʼ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.