22ତହିଁରେ ଶାମୁୟେଲ କହିଲେ, “ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
23ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”
24ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।
25ଏହେତୁ ବିନୟ କରୁଅଛି, ଏବେ ମୋʼ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”
26ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରିଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”