ପ୍ରଥମ ଶାମୁୟେଲ 15

ଏଥିରେ ଶାଉଲଙ୍କୁ ଚାଲିଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।

1 Samuel 15:27 (UKJV) And as Samuel turned about to go away, he laid hold upon the skirt of his mantle, and it rent.

25ଏହେତୁ ବିନୟ କରୁଅଛି, ଏବେ ମୋʼ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”

26ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରିଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”

27ଏଥିରେ ଶାଉଲଙ୍କୁ ଚାଲିଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।

28ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।

29ଆହୁରି ଇସ୍ରାଏଲର ବିଶ୍ୱାସଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.