30ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”
31ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।
32ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ।” ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, “ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।”
33ମାତ୍ର ଶାମୁୟେଲ କହିଲେ, “ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ।” ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।
34ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।