ପ୍ରଥମ ଶାମୁୟେଲ 15

ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,

1 Samuel 15:4 (UKJV) And Saul gathered the people together, and numbered them in Telaim, two hundred thousand footmen, and ten thousand men of Judah.

2ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।

3ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”

4ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,

5ତହୁଁ ଶାଉଲ ଅମାଲେକ ନଗରକୁ ଆସି ଉପତ୍ୟକାରେ ଛକି ବସିଲେ।

6ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ।” ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.