3ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”
4ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,
5ତହୁଁ ଶାଉଲ ଅମାଲେକ ନଗରକୁ ଆସି ଉପତ୍ୟକାରେ ଛକି ବସିଲେ।
6ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ।” ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରିଗଲେ।
7ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।