4ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,
5ତହୁଁ ଶାଉଲ ଅମାଲେକ ନଗରକୁ ଆସି ଉପତ୍ୟକାରେ ଛକି ବସିଲେ।
6ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ।” ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରିଗଲେ।
7ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।
8ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।