7ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।
8ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
9ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।
10ଏଉତ୍ତାରେ ଶାମୁୟେଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା;
11“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।